କଟକ : ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ପ୍ରସ୍ତୁତ ହେଉଛନ୍ତି ଛାତ୍ରଛାତ୍ରୀ ।
ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହୋଇଛି। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ଅନଲାଇନ ଏବଂ ଅଫଲାଇନରେ ଆଡମିଟ କାର୍ଡ ମିଳିବ ।
ମାଟ୍ରିକ୍ ପରୀକ୍ଷା ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ସଂସ୍କୃତ ମଧ୍ୟମାର ଛାତ୍ରଛାତ୍ରୀଙ୍କ ଆଡ୍ମିଟ୍ କାର୍ଡ ୱେବସାଇଟରୁ ଉପଲବ୍ଧ ହୋଇଛି। ସମସ୍ତ ସ୍କୁଲର ମୁଖ୍ୟ ବା ପ୍ରଧାନଶିକ୍ଷକମାନେ ସ୍କୁଲ କୋର୍ଡ ଏବଂ ପାସୱାର୍ଡ ଦେଇ www.bseodisha.ac.in ୱେବସାଇଟରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।