ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ସୁନା ଖଣି
ଭୁବନେଶ୍ୱର ; ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ରହିଛି ସୁନା ଖଣି ଥିବା ସୂଚନା ମିଳିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି। ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଦ୍ବାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ଵେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି। କେଉଁଝର ଜିଲ୍ଲାର ଗୋପୁର-ଗାଜିପୁର ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଖଣି ମନ୍ତ୍ରୀ ବିଭୂତି ଜେନା।