ନୂଆଦିଲ୍ଲୀ : ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଛନ୍ତି ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ । ଗତ ୧୮ ତାରିଖରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତପା ଦେଇଥିଲେ । କ୍ୟାପଟେନ ଅମରିନ୍ଦର ସିଂ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତପା ଦେବା ପରେ ଚରଣଜିତ ସିଂ ଚନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଶାହାଙ୍କୁ ଭେଟିବା ପରେ ଅମରିନ୍ଦର ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଛି ।