ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

0

ଗଜପତି(ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା  ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ  ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ 2024- 25 ଅନୁଷ୍ଠିତ ହୋଇଯାଇଛି।

 

ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି  ବିଧାୟକ ଇଂ ରୂପେଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ରାଜ୍ୟ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କୃତ ପ୍ରାପ୍ତ ଗୁରୁ ରଘୁନାଥ ପାତ୍,ସେଞ୍ଚୁରିୟାନ ବିଶ୍ୱ ବିଦ୍ୟାଳୟର ରେଜିଷ୍ଟର ପ୍ରଫେସର ଡକ୍ଟର ଅନିତା ପାତ୍ର, ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଜିତେନ୍ଦ୍ର ନାଥ ପଟ୍ଟନାୟକ ପ୍ରମୁଖ ମଞ୍ଚାସିନ ଥିଲେ।

ମୁଖ୍ୟ ଅତିଥି ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇ ଥିଲା।ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।