ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0

ଭୁବନେଶ୍ୱର:୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ହେବାକୁ ଯାଉଛି ଆଉ ଏକ ଲଘୁଚାପ କ୍ଷେତ୍ର । ଲଘୁଚାପ ପ୍ରଭାବରେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭବାନା ରହିଛି । ଫଳରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ସୂଚନା ଅନୁଯାୟୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩୧ ଯାଏଁ ରାଜ୍ୟରେ ଭଲ ବର୍ଷା ହେବ। ୩୦ ଓ ୩୧ ତାରିଖ ସମୁଦ୍ରକୁ ମତ୍ସ୍ୟଜିବୀଙ୍କୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ ।