ଆସନ୍ତା ୩୧ରେ ଭୁବନେଶ୍ୱର ଆସିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

0

(ରିପୋର୍ଟସ ଟୁଡ଼େ/ଭୁବନେଶ୍ୱର) ଓଡ଼ିଶା ଆସିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଆସନ୍ତା ୩୧ ତାରିଖରେ ସେ ଭୁବନେଶ୍ୱରର ଲୋୟର ପିଏମ୍ଜିରେ ନ୍ୟାୟ ଅଭିଯାନ ପକ୍ଷରୁ ଆୟୋଜିତ ସମାବେଶରେ ଯୋଗଦେବା କାର୍ୟ୍ୟକ୍ରମ ରହିଛି। କେଜ୍ରିୱାଲଙ୍କ ସହ ଅନ୍ୟ ଜାତୀୟ ଦଳର କିଛି ନେତା ଏହି ସମାବେଶରେ ଯୋଗ ଦେବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସାମାଜିକ ନ୍ୟାୟ ଅଭିଯାନର ଆବାହାକ ଦେବୀ ପ୍ରସାଦ ପୃଷ୍ଟି।