କଟକ: ୧୯୯୭ ବ୍ୟ।।ଚର ବରିଷ୍ଠ ଆଇପିଏସ ଅଧିକାରୀ ଅସିତ ପାଣିଗ୍ରାହୀ ଭିଜିଲାନ୍ସ ଆଇଜି ଭାବେ ଆଜି ଅପରାହ୍ନରେ ଭିଜିଲାନ୍ସ ନିର୍ଦ୍ଦେଶଳୟରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପାଣିଗ୍ରାହୀ ପୂର୍ବରୁ ଅଗ୍ନିଶମ ବିଭାଗ, ରାଜ୍ୟ ପୁଲିସ ମୁଖ୍ୟାଳୟ, କ୍ରାଇମବ୍ରାଞ୍ଚ ଓ ପୂର୍ବାଞ୍ଚଳ ରେଞ୍ଜ ଆଇଜି ଭାବେ ସଫଳତାର ସହିତ କାର୍ଯ୍ୟ କରିଛନ୍ତି ।
ପାଣିଗ୍ରାହୀ ମାଲକାନଗିରି, ଅନୁଗୁଳ, ପୁରୀ, କେଉଁଝର, ସମ୍ବଲପୁର ଓ ଯାଜପୁରରେ ଏସପି ଭାବରେ କାର୍ଯ୍ୟକରି ସୁନାମ ଅର୍ଜନ କରିଛନ୍ତି । ଜଣେ ଦକ୍ଷ ପୁଲିସ ଅଫିସରଭାବେ ୨୦୧୬ରେ ସେ ରାଷ୍ଟ୍ରପତି ସମ୍ମାନରେ ସମ୍ମାନିତ ହୋଇଛନ୍ତି ।