ଆଜି ଓଡ଼ିଶାରେ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ଯୋଜନା

0

ଭୁବନେଶ୍ୱର : ଆଜି ଓଡ଼ିଶାରେ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ଯୋଜନା । ଏହାସହିତ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନାର ମଧ୍ୟ ଶୁଭାରମ୍ଭ ହେବ । କଟକର ବାଲିଯାତ୍ରା ପଡିଆରେ ଏନେଇ ଆୟୋଜନ କରାଯାଇଥିବା ବେଳେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ଯୋଗା ଦେଇ ଏହି ଯୋଜନାକୁ ଲୋକାର୍ପଣ କରିବେ । ରାଜ୍ୟର ସାଢେ ୩ କୋଟି ଲୋକ ଏହି ମାଗଣା ସ୍ବାସ୍ଥ୍ୟସେବା ପାଇବେ । ଏହା ସହ ଦେଶର ୨୯୦୦୦ ହସ୍ପିଟାଲରେ ରୋଗୀ ଚିକିତ୍ସା ସୁବିଧା ପାଇବେ । କେନ୍ଦ୍ର ସରକାରଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ୨୦୧୮ରୁ ଏହି ଯୋଜନାକୁ ଲାଗୁ କରୁନଥିଲେ ପୂର୍ବ ବିଜେଡି ସରକାର । ନିଜସ୍ୱ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଜନା ଚଳାଇଥିଲେ ସରକାର । ଏବେ ଏହି ବିଏସକେୱାଇ ଯୋଜନାର ସ୍ଥାନ ନେବ ଆୟୁଷ୍ମାନ ଯୋଜନା ।  ପ୍ରାଥମିକ ଭାବେ କିଛି ଲୋକଙ୍କୁ ଆୟୁଷ୍ମାନ କାର୍ଡ ଦେବା ପାଇଁ ନୂଆ କାର୍ଡ ପ୍ରସ୍ତୁତ ହୋଇ ରହିଛି । ଆୟୁଷ୍ମାନ ଯୋଜନାରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ । ଉପକୃତ ହେବେ ୧କୋଟି ୩ ଲକ୍ଷରୁ ଅଧିକ ପରିବାର । ରୋଗୀଙ୍କୁ କ୍ୟାସଲେସ୍ ସୁବିଧା ଦିଆଯିବ । ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଁଏ କାର୍ଡ ମିଳିବ ।