ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ବନ୍ଦ : ବିଏମସି କମିଶନରଙ୍କ କଡା ଚେତାବନୀ

0

ଭୁବନେଶ୍ୱର : ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ବନ୍ଦ କରିବାକୁ ନିର୍ଦ୍ଦେଶ  । ଏନେଇ ବିଏମସି କମିଶନର କଡା ଚେତାବନୀ ଦେଇଛନ୍ତି । ମଯ୍ୟାଦା ଭିତରେ ଯାତ୍ରା ପରିବେଷଣ ପାଇଁ ପରାମର୍ଶ ଦିଆଯାଇଛି । ଖଣ୍ଡଗିରିରେ ମଯ୍ୟାଦା ହାନ୍ତୀ ନକରିବାକୁ ପାର୍ଟି ମାଲିକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି   ବିଏମସି କମିଶନର ରାଜେଶ ପ୍ରଭାକାର ପାଟିଲ ।

ସୂଚନା ଅନୁଯାୟୀ, କିଛିଦିନ ପୂର୍ବରୁ ଭଦ୍ରକରେ ଏଭଳି ଏକ ଘଟଣା ଘଟିଥିଲା । ଯାତ୍ରାରେ ଅଶ୍ଲୀଳ ନାଚକୁ ବିରୋଧ ହୋଇଥିଲା । ଯାତ୍ରାରେ ମେଲୋଡି ମଝିରେ ଜୋତା ଫିଙ୍ଗିଥିଲେ ମହିଳା । କିଛି ସମୟ ପାଇଁ ଯାତ୍ରା ବନ୍ଦ ହୋଇଥିଲା । କାଳୀପୂଜା ଉପଲକ୍ଷେ ଭଦ୍ରକ ଜିଲ୍ଲାରେ ଯାତ୍ରା ପରିବେଷଣ ହେଉଥିଲା । ବେଶ କିଛି ସମୟ ପାଇଁ ବନ୍ଦ ହୋଇଥିଲା ଯାତ୍ରା ଆୟୋଜକ କମିଟି ସଦସ୍ୟ ବହୁ ବୁଝାସୁଝା ପରେ ଯାତ୍ରା ଆୟୋଜିତ ହୋଇଥିଲା ।