କଟକ : ଆସନ୍ତା ୧୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଟି-୨୦ ମ୍ୟାଚ ଏବେ ଅନିଶ୍ଚିତ । କାରଣ ଏହି ମ୍ୟାଚକୁ ବନ୍ଦ କରିବା ପାଇଁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି । ଢ଼େଙ୍କାନାଳ ଜିଲ୍ଲା ଭୁବନ ଅଞ୍ଚଳର ଜଣେ ବ୍ୟକ୍ତି ଏକ ଜନସ୍ୱାର୍ଥ ମାମଲା ରୁଜୁ କରିଛନ୍ତି । ବାରବାଟୀ ଷ୍ଟାଡିୟମରେ ଅଗ୍ନି ନିରାପତ୍ତା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିବା ଅଭିଯୋଗ କରି ଏହି ମ୍ୟାଚ ବନ୍ଦ ପାଇଁ ନିର୍ଦ୍ଦେଶ ଦେବାକୁ କୋର୍ଟରେ ସେ ଅପିଲ କରିଛନ୍ତି । ଏହି ମାମଲାରେ ରାଜ୍ୟ ସରକାର, ବିସିସିଆଇ ସମେତ ୧୫ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି । ସୂଚନାଯୋଗ୍ୟ, ଏହି ମ୍ୟାଚ ପାଇଁ ୧ ତାରିଖ ଠାରୁ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହୋଇଛି । ଏହି ମ୍ୟାଚ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିବା ବେଳେ ହାଇକୋର୍ଟରେ ଏହି ମାମଲା ଥିବାରୁ ସମସ୍ତଙ୍କ ମନରେ ନୈରାଶ୍ୟତା ଜାତ ହୋଇଛି ।