କୁମ୍ଭୀର ଗଣନା ହେତୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

0

ଭିତରକନିକା : ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହେବ କୁମ୍ଭୀର ଗଣନା । ଏଥିପାଇଁ ଜାନୁଆରୀ ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ରାଜନଗର ବନଖଣ୍ଡର ୪ଟି ରେଞ୍ଜ ରେ କୁମ୍ଭୀର ଗଣନା କରାଯିବ । ଗଣନା ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ପର୍ଯ୍ୟଟକ ଆସିବା ଉପରେ କଟକଣା ଲଗାଇଛି ପ୍ରଶାସନ । ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ।

ଶୀତ ଅଧିକ ହେଲେ ଛୋଟରୁ ବଡ ପର୍ଯ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ି ରହିଥାନ୍ତି। ଭିତରକନିକାର ନଦୀନାଳ ମୁଖ୍ୟତଃ ଜୁଆରିଆ ହୋଇଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ଆସୁ ନଥିବାରୁ ନଦୀପଠା ବୁଡି ନ ଥାଏ। ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବାକୁ ସୁବିଧା ହୋଇଥାଏ |ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟ ରେ କୁମ୍ଭୀର ଗଣନା କରାଯିବ।