ଡ୍ରୋନ ବ୍ୟବହରା କରି ସ୍ୱାସ୍ଥ୍ୟସେବା ଯୋଗାଇବ ଭୁବନେଶ୍ୱର ଏମ୍ସ

0

ଭୁବନେଶ୍ୱର: ଏମସରେ ଡ୍ରୋନ ସେବା । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଡ୍ରୋନ ବ୍ୟବହାର କରିବ ଏମ୍ସ । ଭୁବନେଶ୍ୱରଏମ୍ସ ଏହାର ପରୀକ୍ଷାମୂଳକ ସେବା ଆରମ୍ଭ କରିଛି । ଏମ୍ସରୁ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଛି ଡ୍ରୋନ୍ । ଗୁରୁତର ରୋଗୀଙ୍କୁ ରକ୍ତ ଯୋଗାଣ ସହ ରକ୍ତ ନମୁନା ସଂଗ୍ରହ କରି ଅଣାଯାଇଛି। ଡ୍ରୋନ୍ ଯୋଗେ ଅତି ଜରୁରୀ ଇଞ୍ଜେକ୍ସନ ଏବଂ ଔଷଧ ଯୋଗାଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏମ୍ସ ପକ୍ଷରୁ ଓଡ଼ିଶାରେ ଏହି ସେବା ପ୍ରଥମ । ୭୦ କିଲୋମିଟର ଦୂରକୁ ୩୫ ମିନଟ ସମୟ ଲାଗିଛି । ଦିନ ୧୨ଟାରେ ଏମ୍ସରୁ ବାହାରି ୧୨ଟା ୩୫ ମିନିଟରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡ୍ରୋନ୍ ପହଞ୍ଚିଥିଲା । ଏନେଇ ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶୁତୋଷ ବିଶ୍ୱାସ ସୂଚନା ଦେଇଛନ୍ତି ।