ଆସନ୍ତା ବର୍ଷ ଜାନୁଆରୀରେ ରାଜ୍ୟରେ ହେବ ପକ୍ଷୀ ଗଣନା।ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସିପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଅଞ୍ଚଳରେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି। ଏହି ଜଳାଶୟକୁ ଚଳିତ ମାସ ଡିସେମ୍ବର ୩୦ ସୁଦ୍ଧା ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀମାନଙ୍କର ଆଗମନ ହୋଇସାରିଲାଣି। ତନ୍ମଧ୍ୟରୁ କେବଳ ଚିଲିକା (ନଳବଣ) ଅଭୟାରଣ୍ୟରେ ୨ ଲକ୍ଷ ୧୭ ହଜାର ୧୭୦ ଗୋଟି ବିଦେଶାଗତ ପକ୍ଷୀଙ୍କ ଆଗମନ ଆକଳନ କରାଯାଇଅଛି। ଏଥିରୁ ଚଳିତ ବର୍ଷ ବିରଳ ପ୍ରଜାତିର କୌଣସି ସମ୍ପୁର୍ଣ୍ଣ ନୂଆ ପକ୍ଷୀ ଆସିଥିବାର ଦୃଶ୍ୟମାନ ହୋଇନାହିଁ।