ଓଲଟିଲା ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ: ଛାତ୍ରଛାତ୍ରୀ ଆହତ

0

ରାଜନଗର: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ଆଉ ପରିକ୍ଷା ଦେବାକୁ ଯାଉଥିଲେ ଛାତ୍ରଛାତ୍ରୀ । ଏହି ସମୟରେ ଘଟିଯାଇଛି ଦୁର୍ଘଟଣା । କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ଏକ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ନାଳକୁ ଓଲଟିଲା ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ । ରାଜନଗର ବିବେକାନନ୍ଦ ହାଇସ୍କୁଲ ବାଘମାରିର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଏକ ବୋଲେରୋରେ ଯିବା ସମୟରେ ଏପରି ଦୁର୍ଘଟଣା ଘଟିଛି । ଗାଡ଼ିରେ ୧୨ ଜଣ ଛାତ୍ରଛାତ୍ରୀ ଥିଲେ ।  ସମସ୍ତଙ୍କୁ ଉଦ୍ଧାର କରାଯାଇ ତାଳଚୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । ସେହିପରି ଗୁରୁତର ଥିବା ଛାତ୍ରଛାତ୍ରୀଙ୍କୁ ଡାଙ୍ଗମାଳ ମେଡିକାଲରେ ଚିକିତ୍ସିତ କରାଯାଉଛି ।  ତେବେ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ।