ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼
କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ମଣ୍ଡୁଆ ନିକଟରେ ତାଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି।
(କେଉଁଝର) : କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ମଣ୍ଡୁଆ ନିକଟରେ ତାଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି। ଦୁଇ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ୨ଟି ବୋମା ତାଙ୍କ ଗାଡ଼ି ଉପରକୁ ଫିଙ୍ଗି ଥିଲେ। ଏନେଇ ବିଧାୟକଙ୍କ ପକ୍ଷରୁ ଟାଉନ୍ ଥାନାରେ ଅଭିଯୋଗ କରାଯାଇଛି।
ସୂଚନାନୁଯାୟୀ , ବିଧାୟକ ମୋହନ ମାଝୀଙ୍କ କହିବା ଅନୁଯାୟୀ, ସେ ଭାରତୀୟ ମଜଦୁର ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଅତିଥି ଭାବେ ଯୋଗ ଦେଇଥିଲେ। ସେଠାରେ ସେ ଦିନ ୧୧ଟାରୁ ୧୧ଟା ୪୦ ପର୍ଯ୍ୟନ୍ତ ରହିଥିଲେ। ସେଠାରୁ ଫେରୁଥିବା ବେଳେ ଦିନ ପ୍ରାୟ ୧୨ଟା ପାଖାପାଖି ଏକ ହୋଣ୍ଡା ସାଇନ୍ ଗାଡ଼ିରେ ଆସିଥିବା ଦୁଇ ଜଣ ଦୁର୍ବୃତ୍ତ ମୁଖ୍ୟ ରାସ୍ତାରେ ତାଙ୍କ ଗାଡ଼ି ଉପରକୁ ବୋମା ଫୋପାଡ଼ି ଥିଲେ। ଦୁଇ ଦୁର୍ବୃତ୍ତଙ୍କ ମଧ୍ୟରୁ ଜଣେ ଗାଡ଼ିରୁ ଓହ୍ଲାଇ ବୋମା ଫିଙ୍ଗି ଥିଲେ, ଯାହା ତାଙ୍କ ଗାଡ଼ିର ସାମ୍ନାରେ ବାଜିଥିଲା।