‘ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର’ : ମୋହନ ସରକାରଙ୍କ ଉପରେ ବର୍ଷିଲେ ନବୀନ

0

ଭୁବନେଶ୍ୱର: ‘ରାଜ୍ୟ ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର   । ନାଁ ପରିବର୍ତ୍ତନ କରି ସରକାର ବାହାବା ନେବାକୁ ଚାହୁଁଛନ୍ତି । ବିଜେପି ସରକାର ପୂର୍ବ ବିଜେଡି ସରକାରର ୮୦ ପ୍ରତିଶତରୁ ଅଧିକ ଯୋଜନା ଆପଣାଇଛନ୍ତି । ବାକି ୨୦ ପ୍ରତିଶତ ସରକାର ପ୍ରତିଶ୍ରୁତି ଉପରେ କହୁଛନ୍ତି । ସୁଭଦ୍ରା ପାଇଁ ୧ ଲକ୍ଷ କୋଟି ଦରକାର, କିନ୍ତୁ ବଜେଟରେ ୧୦ ହଜାର କୋଟି ଆଗତ କରାଯାଇଛି । ବିଧାନସଭାରେ ବଜେଟ ଆଲୋଚନା ବେଳେ ଆଜି ଏଭଳି ଢଙ୍ଗରେ ମୋହନ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହାପୂର୍ବରୁ ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଥିଲା କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ସୁରମା ପାଢ଼ୀ ନୋଟିସକୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ ଗୃହରେ ହଟ୍ଟଗୋଳ ହୋଇଥିଲା। ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା କୋହଳ ଘୋଷଣାରେ ଉଭୟ ବିରୋଧୀ ଏବଂ କଂଗ୍ରେସ ହୋ-ହଲ୍ଲା କରିଥିଲେ। ଗୃହ ଚାଲିଥିବା ବେଳେ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରି ଉଭୟ ବିରୋଧୀ ଏବଂ କଂଗ୍ରେସ ହୋହଲ୍ଲା କରିଥିଲେ।

ସେପଟେ ସ୍ୱାଧିକାର ଭଙ୍ଗ ନୋଟିସକୁ ନେଇ ସରଗରମ ବିଧାନସଭା । ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଲେ ତାରା ବାହୀନିପତି, ତାରାଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଲେ ବିଜେପି ବିଧାୟକ ଇରାଶିଷ ଆଚାର୍ୟ୍ୟ ।