ଶେଷ ହେଲା ରାଜ୍ୟ କ୍ୟାବିନେଟ ବୈଠକ, 3 ପ୍ରସ୍ତାବକୁ ବାଜିଲା ମୋହର

ନିର୍ଭରଶୀଳ ଥିବା ବିବାହିତ ଝିଅ/ସାବତ ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟବିନେଟ ମୋହର | ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ୧୦% ସଂରକ୍ଷଣ | ଗୋପାଳପୁର ବନ୍ଦରର ୯୫% ଆଦାନି ଗ୍ରୁପକୁ ଯିବ | ବନ୍ଦରର ବିକାଶ ଓ ସଂପ୍ରସାରଣ ପାଇଁ କ୍ୟାବିନେଟ ନିଷ୍ପତ୍ତି |

0

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏଥିରେ ତିନିଟି ବଡ଼ ନିଷ୍ପତ୍ତିରେ ମୋହର ବାଜିଛି।

* ଓଡ଼ିଶା ଅବସରପ୍ରାପ୍ତ ଅଗ୍ନିବୀର (ୟୁନିଫର୍ମ ସେବାରେ ନିଯୁକ୍ତି) ନିୟମାବଳୀ, ୨୦୨୪ ର ପ୍ରଣୟନ | ପ୍ରତ୍ୟକ୍ଷ ନିଯୁକ୍ତି ଦ୍ବାରା ପୂରଣ ହେଉଥିବା ରାଜ୍ୟର ୟୁନିଫର୍ମ ସେବାରେ ଅବସର ପ୍ରାପ୍ତ ଅଗ୍ନିବୀରଙ୍କୁ ଯଥେଷ୍ଟ ନିଯୁକ୍ତି ସୁଯୋଗ ଦେବେ ରାଜ୍ୟ ସରକାର | ଅବସର ପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଦଶ ପ୍ରତିଶତ (୧୦%) ଆନୁଭୂମିକ ସଂରକ୍ଷଣ (Horizontal Reservation)ର ବ୍ୟବସ୍ଥା ରହିଛି । ଏହି ସଂରକ୍ଷଣ ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଲାଗୁ ହେଉଥିବା ସଂରକ୍ଷଣ ସହିତ ଅତିରିକ୍ତ ଦଶ ପ୍ରତିଶତ (୧୦%) ସଂରକ୍ଷଣ ରହିବ ।ନିର୍ଦ୍ଧାରିତ ବୟସ ସୀମାକୁ ତିନି (୦୩) ବର୍ଷ କୋହଳ କରାଯିବ | ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ଦିଆଯିବ ।

* ଓଡ଼ିଶା ବେସାମରିକ ସେବା (ପୁନର୍ବାସ ସହାୟତା) ନିୟମାବଳୀ, ୨୦୨୦ ର ସଂଶୋଧନ | ଓଡିଶା ବେସାମରିକ ସେବା (ପୁନର୍ବାସ ସହାୟତା) ନିୟମାବଳୀ, ୨୦୨୦ ଅନୁଯାୟୀ, ଚାକିରି କାଳ ରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ବିବାହିତ ଝିଅ ଏବଂ ସାବତ ଝିଅ ଙ୍କ ପାଇଁ ନିଯୁକ୍ତି ର ବ୍ୟବସ୍ଥା ନଥିଲା। ବର୍ତ୍ତମାନ ପିତା ମାତା ଙ୍କ ଉପରେ ନିର୍ଭରଶୀଳ ବିବାହିତ ଝିଅ ଏବଂ ସାବତ ଝିଅ ଙ୍କୁ ନିଯୁକ୍ତି ମିଳିବ |

* ଅଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର ର 95% share। ଆଉ 5 % share ଷ୍ଟିଭେଡର ପାଖରେ ରହିବ |ଗୋପାଳପୁର ପୋର୍ଟ୍ ଲିମିଟେଡ ଏକ ସଂଗଠନ, ଯେଉଁଥିରେ ଓଡିଶା ଷ୍ଟିଭେଡୋରସ ଲିମିଟେଡ, ନୋବଲେ ଗୃପ ଲିମିଟେଡ ଓ ସାରା ଇନ୍ଟରନ୍ୟାଶନାଲର ଯଥାକ୍ରମେ ୩୪, ୩୩ ଓ ୩୩ ପ୍ରତିଶତ ଅଂଶଧନ ଥାଇ ଗୋପାଳପୁର ବନ୍ଦରର ବିକାଶ କରିଥିଲେ । ୨୦୧୦ ଓ ୨୦୧୭ ଏହି ବନ୍ଦରର ଅଂଶଧନ ପରିବର୍ତ୍ତନ ହୋଇଥିଲା । ବର୍ତ୍ତମାନ ଏହି ଗୋପାଳପୁର ବନ୍ଦର ୧୧.୪୩ ମିଲିୟନ ମେଟ୍ରିକ ଟନ ପଣ୍ୟ ପରିବହନ କରୁଅଛି ଏବଂ ଏହାର ମୋଟ ଆୟରୁ ୭.୫ ପ୍ରତିଶତ ରାଜ୍ୟ ସରକାରଙ୍କୁ ରାଜସ୍ୱ ଅଂଶ ଭାବେ ପ୍ରଦାନ କରୁଅଛି ।