ଭୁବନେଶ୍ୱର: ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲାର ଜାରି କରିଛି CBSE । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା । ଏବେ ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଓ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ । ଏହାଦ୍ୱାରା ଛାତ୍ରଛାତ୍ରୀ ଭଲ ଭାବେ ପାଠକୁ ବୁଝି ପାରିବେ । ଏନେଇ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନି । ଯିଏ ଚାହିଁବ, ଆଞ୍ଚଳିକ ଭାଷାରେ ପାଠ ପଢ଼ିପାରିବ । ସ୍କୁଲ ଗୁଡ଼ିକ ଧୀରେ ଧୀରେ ଏ ବ୍ୟବସ୍ଥାକୁ ଆପଣେଇବେ ।