ଭୁବନେଶ୍ବର : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁର ରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତକାଲି 34 ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ। ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା 35 ରେ ପହଞ୍ଚିଲା । ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ।