ଭୁବନେଶ୍ୱର : ବିଶିଷ୍ଟ କଣ୍ଢେଇ ନୃତ୍ୟ ଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ବାର୍ତ୍ତା ଜଣାଇ ସେ କହିଛନ୍ତି ଯେ, କେନ୍ଦୁଝର ଜିଲ୍ଲା ର ଗୁରୁ ମାଗୁଣି କୁଅଁରଙ୍କର ଓଡିଶାର ଲୁପ୍ତପ୍ରାୟ କଣ୍ଢେଇ ନାଚ ପରମ୍ପରାକୁ ଉଜ୍ଜିବୀତ କରି ରଖିବା ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିହିଲା । ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ଗୁରୁମାଗୁଣି କୁଅଁରଙ୍କ ବିୟୋଗ ଓଡିଶାର ପାରମ୍ପରିକ କଳା ଜଗତ ପାଇଁ ଅପୂରଣୀୟ କ୍ଷତି। ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି।