ଝାରସୁଗୁଡ଼ା: ଝାରସୁଗୁଡା ଉପନିର୍ବାଚନରେ ବଡ଼ ବିଜୟ ପରେ ଦୀପାଳି ଦାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଝାରସୁଗୁଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଙ୍କ ବଡ଼ ବିଜୟ ପରେ ତାଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫୋନ ଯୋଗେ କଥା ହୋଇ ଦୀପାଳିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ । ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପରାମର୍ଶ ଦେଇଛନ୍ତି । ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି ।