‘ଆୟୁଷ୍ମାନ ଭାରତ’ ପ୍ରଚଳ ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

0

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଆୟୁଷ୍ମାନ ଭାରତ’ ପ୍ରଚଳ ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇଥିବା ସୂଚନା ।  ଜାତୀୟ ସ୍ୱାସ୍ଥ୍ୟ ମିଶନ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହେବ । ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ୍‌ ଓରାମ ମଧ୍ୟ ସାମିଲ ହେବେ ।

ଆସନ୍ତା ଫେବ୍ରୁଆରୀ ମାସରେ ଓଡ଼ିଶାରେ ଆୟୁଷ୍ମାନ୍‌ ଭାରତ ପିଏମ୍‌ ଜୟ ଯୋଜନା କାର୍ଯ୍ୟକାରୀ କରାଯିବ । ଏଥିପାଇଁ ସୋମବାର ନୂଆଦିଲ୍ଲୀରେ ରାଜ୍ୟ ସରକାର ଓ କେନ୍ଦ୍ର ସ୍ୱାସ୍ଥ୍ୟ  ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧୀନ ନ୍ୟାସନାଲ୍‌ ହେଲ୍‌ଥ ଅଥରିଟି  ମଧ୍ୟରେ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ୱାକ୍ଷର ହେବ । ନୂଆଦିଲ୍ଲୀର  ବିଜ୍ଞାନ ଭବନରେ ହେବାକୁ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ  ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ  ଡ.ମୁକେଶ ମହାଲିଙ୍ଗ ଉପସ୍ଥିତ ରହିବେ । ତାଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ଯୋଗଦେବେ ।