ବିଜୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ୱର: ଆଜି ମାର୍ଚ୍ଚ ୫ ତାରିଖ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ । ଓଡିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ସେ ଥିଲେ ଓଡିଆଙ୍କ ଗର୍ବ ଏବଂ ଗୌରବ । ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି ।

ତାଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ  ମୁଖ୍ୟମନ୍ତ୍ରୀ କହିଛନ୍ତି,  ଓଡ଼ିଶାର ନିର୍ମାତା ବିଜୁ ବାବୁ । ଓଡ଼ିଶାକୁ ପୁର୍ନଗଠନ କରିଥିଲେ,  ଓଡ଼ିଶାର ଶିଳ୍ପନୀତିକୁ ବିଜୁ ବାବୁ ବହୁତ ଆଗକୁ ନେଇଥିଲେ।  ଜଣେ ବରପୁତ୍ର ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହିସାବରେ ତାଙ୍କ ଅବଦାନ ଅତୁଳନୀୟ |