୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ୱର:  ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଆଜି ଅପରାହ୍ନ ୩ଟା ୫୦ରେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଚାଟାର ପ୍ଲେନ୍‌ ଯୋଗେ କେନ୍ଦୁଝର ଅଭିମୁଖେ ବାହାରିବେ ମୁଖ୍ୟମନ୍ତ୍ରୀ । ଏହାପରେ ଅପରାହ୍ନ ୪ଟା ୩୫ରେ କେନ୍ଦୁଝର ରାଇସୁଆଁ ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବେ । ସେଠାରୁ ସଡ଼କ ପଥରେ କେନ୍ଦୁଝର ସର୍କିଟ ହାଉସ୍‌ରେ ପହଞ୍ଚିବେ ।ନବମୀ ଓ ଦଶମୀ ଦିନ ବିଭିନ୍ନ ପୂଜା ମଣ୍ଡପ ସାରି କେନ୍ଦୁଝର ସର୍କିଟ୍‌ ହାଉସ୍‌ ରେ ରାତ୍ରି ଯାଯାପନ କରି ସୋମବାର ଚାଟାର ପ୍ଲେନ୍‌ ଯୋଗେ ଭୁବନେଶ୍ୱର ଅଭିମୁଖେ ବାହାରିବେ ।