କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବେ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଟିଟିଲାଗଡ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନବୀନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ସମୟରେ ଭିକେ ପାଣ୍ଡିଆନ, ଅନଙ୍ଗ ଉଦୟ ସିଂଦେଓ, ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ କଳିକେଶ ସିଂଦେଓ, ଟିଟିଲାଗଡ ବିଧାନସଭା ପ୍ରାର୍ଥୀ ଟୁକୁନି ସାହୁ ଉପସ୍ଥିତ ରହିଛନ୍ତି। ପୂର୍ବରୁ ହିଞ୍ଜିଳି ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ।