ଜଗନ୍ନାଥ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ପୁରୀ: ଏଥର ସହଜ ହେବ ପୁରୀ ଯାତ୍ରା । କାରଣ ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିଛି ଜଗନ୍ନାଥ ଏକ୍ସପ୍ରେସ୍  । ଜଗନ୍ନାଥ ଏକ୍ସପ୍ରେସ e ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଜିଲ୍ଲା ମୁଖ୍ୟାଳୟରୁ ଯାତ୍ରୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିର ଅଭିମୁଖେ ବାହାରିଛି ବିଳାସପୂର୍ଣ୍ଣ ବସ୍ । ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ଯ୍ୟାୟରେ ଜଗନ୍ନାଥ ଚେତନାକୁ ଆହୁରି ବ୍ୟାପକ କରିବାକୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ାଇବାକୁ ନିଷ୍ପତ୍ତି ହୋଇଛି । ବଲାଙ୍ଗୀର, ବରଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ପରି ୧୨ଟି ଜିଲ୍ଲାର ଜଗନ୍ନାଥ ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଜଗନ୍ନାଥ ବସ୍ ଗଡ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରୁଟ୍ ଚାର୍ଟ ବି ସ୍ଥିର ହୋଇ ସାରିଛି । ସମସ୍ତ ବସ ଭୁବନେଶ୍ୱର ଦେଇ ଚଳାଚଳ କରିବାର କାର୍ଯ୍ୟକ୍ରମ ରହିଛି ।