ବାହୁଡା ଯାତ୍ରାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ , ତିନି ଲକ୍ଷ ଟଙ୍କା ଅନୁକମ୍ପା

0

ଭୁବନେଶ୍ବର : ଗତ କାଲି ବାହୁଡା଼ ଯାତ୍ରା ସମୟରେ ଘଟିଥିଲା ଅଘଟଣ । କେଉଁଝର ଜିଲ୍ଲା କେନ୍ଦୁଆ ଗ୍ରାମ ଠାରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗର ଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।