ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

0

ଭୁବନେଶ୍ୱର: ଆଗାମୀ ଜାନୁଆରୀ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ମଚଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫ , ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଭଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।