୫ ଦିନିଆ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି

0

ଭୁବନେଶ୍ୱାର : ଗରୁବାରଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ କାଲିଠୁ ୨୧ ଯାଏ ରାଜସ୍ଥାନରେ ରହିବେ। ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ GST ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏହାସହ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟି ପାରନ୍ତି ବୋଲି ଚର୍ଚ୍ଚା ହେଉଛି । ସେହିଭଳି ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ଭାଗ ନେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି । ସେହିଭଳି ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ମୁଖ୍ୟମନ୍ତ୍ରୀ ।