ଆଜି ବ୍ରହ୍ମଗିରି ଗସ୍ତରେ ମୁଖ୍ୟମନ୍ତ୍ରୀ
ଆଜି ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
(ପୁରୀ) : ଆଜି ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ରହ୍ମଗିରିରେ ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନୀ ଉତ୍ସବ ସହ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସୂଚନାନୁଯାୟୀ , ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ସ୍ମାର୍ଟ କାର୍ଡ ବଣ୍ଟନ କରିବା ପରେ କୃଷ୍ଣପ୍ରସାଦ ବ୍ଲକର ୨୧ ପଞ୍ଚାୟତରେ ୧୯ ହଜାର ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ୪ ଦିନ ଧରି ବରିଷ୍ଠ ମନ୍ତ୍ରୀ ପ୍ରଫୁଲ ମଲ୍ଲିକଙ୍କ ସହଯୋଗରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବା ସହ ଯୋଗାଣ ଅଧିକାରୀଙ୍କୁ ପ୍ରତ୍ୟେକ ପଞ୍ଚାୟତର ହିତାଧିକାରୀମାନଙ୍କ ତାଲିକା ପ୍ରସ୍ତୁତ ନିର୍ଦେଶ ଦିଆଯାଇଛି । ପ୍ରତ୍ୟେକ ପଞ୍ଚାୟତର ଦୁଇଟି ସ୍କୁଲରେ କାର୍ଡ ବଣ୍ଟନ କରାଯିବା ବ୍ୟବସ୍ଥା କରାଯାଇଛି ।