ଭୁବନେଶ୍ୱର: ତ୍ରିପୁରାର କୁମାରଘାଟ ଅଞ୍ଚଳରେ ବାହୁଡା ଯାତ୍ରା ମସୟରେ ହୋଇଥିଲା ଏକ ଦୁଖଦ ଘଟଣା । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ଜଣ ଲୋକ ପ୍ରାଣ ହରାଇଛନ୍ତି ଓ ଅନେକ ଲୋକ ଆହତ ହୋଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହଛନ୍ତି ଯେ, ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ। ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିବା ସହିତ ଆହତ ବ୍ୟକ୍ତିମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।