ପଦ୍ମପୁର ମାଟିରୁ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ : ମୁଁ ନୃସିଂହନାଥଙ୍କ ପାଖରେ ପ୍ରାର୍ଥନା କରୁଛି ତାଙ୍କୁ ତାଙ୍କ ପ୍ରତିଶୃତି ମନେପକାଇଦିଅନ୍ତୁ….

0

ପଦ୍ମପୁର : ପଦ୍ମପୁର ମାଟିରୁ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ | ଉପ ନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀମାନେ ଦେଇଥିବା ପ୍ରତିଶ୍ରୁତିକୁ ମନେ ପକାଇଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | କହିଲେ, ଉପନିର୍ବାଚନ ବେଳେ କେନ୍ଦ୍ରମନ୍ତ୍ରୀମାନେ ଆସି ଅନେକ ପ୍ରତିଶ୍ରୁତି ଦେଇଥିଲେ । ରେଲୱ, କେନ୍ଦୁପତ୍ର, ଫସଲ ବୀମାକୁ ନେଇ କେନ୍ଦ୍ରମନ୍ତ୍ରୀ ମାନେ ଯେଉଁ ସବୁ ପ୍ରତିଶୃତି ଦେଇଥିଲେ ପ୍ରଭୁ ନରସିଂହଙ୍କ ପାଖରେ ମୁଁ ପ୍ରାର୍ଥନା କରୁଛି କି କେନ୍ଦ୍ରମନ୍ତ୍ରୀମାନଙ୍କୁ ସେମାନଙ୍କ ପ୍ରତିଶୃତି ବିଷୟରେ ଟିକେ ମନେ ପକାଇଦିଅନ୍ତୁ ।

ପଦ୍ମପୁରବାସୀଙ୍କୁ ଉପନିର୍ବାଚନ ବେଳେ ପୁଣି ଥରେ ଆସିବାକୁ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ । ଯାହା ଆଜି ସେ ତାଙ୍କ ପ୍ରତିଶ୍ରୁତି ରକ୍ଷା କରି ପଦ୍ମପୁରରେ ପହଞ୍ଚିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଥିଲେ କି, ଆଜି ପୁଣି ଝାରବନ୍ଧକୁ ଆସି ମୁଁ ଖୁସି । ଗତ ଡିସେମ୍ବର ୨ରେ ଶେଷଥର ପାଇଁ ଏଠାକୁ ଆସିଥିଲି । ପ୍ରଥମେ ଝାରବନ୍ଧ ଓ ପରେ ପାଇକମାଳ ଯାଇ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଝାରବନ୍ଧର ଏହି କାର୍ଯ୍ୟକ୍ରମରେ ସେ ୧୧ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି । ୮ କୋଟି ୮୫ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ୯୦ କୋଟି ୨୪ ଲକ୍ଷ ଟଙ୍କାର ୩୩୦ଟି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ଷେ ଭିତରେ ପଦମପୁରକୁ ଜିଲ୍ଲା ମାନ୍ୟତା ଦିଆଯିବ ।