୬୧୮ କୋଟି ୬୬ ଲକ୍ଷ ଟଙ୍କା ବ୍ୟୟ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

(ଅନୁସ୍ୱୟା/ଭୁବନେଶ୍ୱର) : ବିଜେଡି ଫୋକସରେ ପଶ୍ଚିମ ଓଡିଶା । ଆଜି ଝାରସୁଗୁଡା ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଇ ୬୧୮ କୋଟି ୬୬ ଲକ୍ଷ ଟଙ୍କା ବ୍ୟୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ।
ଝାରସୁଗୁଡ଼ା ଜିଲ୍ଲା ଅମଲିପାଲିଠାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ପାଇଁ ୬୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା, ଲଖନପୁର ବ୍ଲକରେ ୩୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୬ଟି ଉଠା ଜଳସେଚନ ପ୍ରକଳ୍ପ ଓ ୧୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଝାରସୁଗୁଡ଼ା ଓ କିରମିରା ବ୍ଳକର ୨ଟି ଗ୍ରିଡ୍ ସବଷ୍ଟେସନକୁ ଉଦ୍ଘାଟନ କରିଛନ୍ତି।
ସେହିପରି ୧୪୫ କୋଟି ଟଙ୍କା ବ୍ୟୟ ଅଟକଳରେ ଝାରସୁଗୁଡ଼ା କ୍ୟାନସର କେୟାର ହସ୍ପିଟାଲ, ୩୮୮ କୋଟି ଟଙ୍କା ବ୍ୟୟ ଅଟକଳର ଜଳସେଚନ ପ୍ରକଳ୍ପ, ୩୫ କୋଟି ଟଙ୍କା ବ୍ୟୟ ଅଟକଳରେ ଚଉକିପଡ଼ା ରେଳ ଓଭରବ୍ରିଜର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ୩୪୮୯ ଏସଏଚଜିଙ୍କୁ ଡିଜିଟାଲ ସଶକ୍ତିକରଣ ସହାୟତା ବାବଦରେ ୧ କୋଟି ଟଙ୍କା ପ୍ରଦାନ ସହିତ ୧୦୦୨ ଭୂମିହୀନ ପରିବାରକୁ ଭୂମିପଟ୍ଟା ଆବଣ୍ଟନ କରିଛନ୍ତି।