ମୋ ସରକାର ଯୋଜନା: ସମସ୍ତ ଥାନା ଆଇଆଇସିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

0

(ହରପ୍ରସାଦ ବିଶୋଇ) ଭୁବନେଶ୍ୱର: ‘ମୋ ସରକାର’ କାର୍ଯ୍ୟକ୍ରମରେ ଥାନା ଆଇଆଇସିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । କହିଲେ, ଭଲ କାମ କର ସମୟ ପୂର୍ବରୁ ପଦୋନ୍ନତି ନିଅ । ଲୋକସଭା ଭବନରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଥାନା ଆଇଆଇସିଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ବିଭିନ୍ନ ଥାନାର ଆଇଆଇସିଙ୍କ ସହ ଭିଡିଓ କନଫରେନ୍ସିଂରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ୬୩୫ ଜଣ ଆଇଆଇସି ସାମିଲ ହୋଇଥିବା ବେଳେ କିଛି ଆଇଆଇସିଙ୍କ ସହ ସିଧାସଳଖ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଭଲ କାମ କରିବାକୁ ପରାମର୍ଶ ଦେଇଛନ୍ତି । ଏପରିକି ଭଲ କାମ କଲେ ସମୟ ପୂର୍ବରୁ ପଦୋନ୍ନତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ପ୍ରଥମ ପପର୍ଯ୍ୟାୟରେ ଏହା ସବୁ ଥାନା, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟକାରୀ ହେବ । ୨୦୨୦ ମାର୍ଚ୍ଚ ୫ ସୁଦ୍ଧା ସବୁ ବିଭାଗରେ ଏହାକୁ କାର୍ଯ୍ୟକାରୀ କରାଯିବ । ଥାନା ଓ ହସପିଟାଲରେ ଲୋକ କିପରି ସୁବିଧା ପାଉଛନ୍ତି ସେ ନେଇ ସିଧାସଳଖ ପଚାରି ବୁଝିବେ ମୁଖ୍ୟମନ୍ତ୍ରୀ । ଏହା ଦ୍ୱାରା ସରକାରୀ ସେବାରେ ଉନ୍ନତି ଆସିବ ଏବଂ ଲୋକଙ୍କ ସହ ପ୍ରଶାସନର ସଂପର୍କକୁ ମଜବୁତ କରାଯାଇପାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।