୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ପାଇଁ ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦୨୫ ଇଂରାଜୀ ନୂତନ ବର୍ଷରେ ଆନୁଷ୍ଠାନିକ ଭାବରେ କୌଣସି ଉତ୍ସବ / ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ମୁଖ୍ୟମନ୍ତ୍ରୀ । ଏନେଇ ତାଙ୍କ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ପାଇଁ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ତଥା ଅଦିନିଆ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନୀ ପରିପ୍ରେକ୍ଷୀରେ ଶୁଭେଚ୍ଛୁ ଓ ହିତାଙ୍କାକ୍ଷୀମାନେ ନବବର୍ଷରେ କୌଣସି ପ୍ରକାର ଫୁଲତୋଡା , ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନେଇ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।