ଘରକୁ ଆଣନ୍ତି ଅଧାପୋଡ଼ା ମୃତଦେହ

0

(ପ୍ରିୟଦର୍ଶନୀ ସ୍ୱାଇଁ): ସମସ୍ତେ ଜାଣିଛନ୍ତି ସାଧାରଣ ଜୀବନ ଶୈଳୀ ଠାରୁ ଆଦିବାସୀମାନଙ୍କ ଜୀବନ ଶୈଳୀ ଟିକେ ଭିନ୍ନ । ଯୁଗ ଯେତେ ଆଗେଇଲେ ମଧ୍ୟ ସେମାନେ ନିଜ ପରମ୍ପରା ଛାଡ଼ିପାରନ୍ତି ନାହିଁ । ପୁର୍ବରୁ ପାଳିତ ହୋଇଆସୁଥିବା ରୀତିନୀତିକୁ ଅକ୍ଷରେ ଅକ୍ଷେରେ ପାଳନ କରନ୍ତି । ଏମିତି ଏକ ଜନଜାତି ଅଛନ୍ତି ଯେଉଁମାନଙ୍କର ମୃତଦେହ ସଂସ୍କାର କଥା ଶୁଣିଲେ ଯେ କେହି ଆଶ୍ଚର‌୍ୟ୍ୟ ହୋଇଯିବ। ଏଠାରେ ଲୋକେ ମୃତ ବ୍ୟକ୍ତିର ଶରୀରକୁ ସମାଧି ଦିଅନ୍ତି ନାହିଁ। ଏଠାରେ ମୃତ ଶରୀରକୁ ପୋଡା ଯାଇଥାଏ। ହେଲେ ଏହା ସମ୍ପୂର୍ଣ୍ଣ ପୋଡିବା ପୂର୍ବରୁ ଅଧାଜଳା ଶରୀରକୁ ନିଆଁରୁ ବାହାର କରି ପରିଜନମାନେ ଘରକୁ ନେଇ ଆସନ୍ତି। ଏହାକୁ ମମି କରି ଘରେ ସାଇତି ରଖନ୍ତି। ପପୁଆ ନିଉ ଗିନିରେ ରହୁଥିବା ଦାନି ନାମକ ଏକ ଜନଜାତି ସେମାନଙ୍କ ପରିଜନଙ୍କ ମୃତ୍ୟୁ ହେଲେ ମୃତ ଶରୀରକୁ ଅଧା ପୋଡା କରି ଘରକୁ ଆଣି ମମି ପରି ବର୍ଷ ବର୍ଷ ଧରି ସାଇତି ରଖନ୍ତି। ତେବେ ପରିବାରର ଉକ୍ତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ଏପରି କରାଯାଏ ବୋଲି କୁହାଯାଏ। ଏପରି ନୀତିନିୟମରେ ପରିବର୍ତ୍ତନ ଆଣିବାକୁ ସେଠାକାର ସରକାର ଚେଷ୍ଟା ଚଳାଇଛନ୍ତି। ତେବେ ବର୍ତ୍ତମାନ କେତେ ଅଞ୍ଚଳରେ ଏପରି ଜନଜାତି ଆଉ ମୃତ ଶରୀରକୁ ଅଧା ପୋଡା କରି ଘରକୁ ଆଣୁ ନାହାନ୍ତି। ହେଲେ ପୂର୍ବରୁ ଘରେ ସାଇତା ହୋଇ ରହିଥିବା ମୃତ ଶରୀରକୁ ଦେଖିବାକୁ ଦୂରଦୂରାନ୍ତରରୁ ଅନେକ ଲୋକ ଏଠାକୁ ଆସୁଛନ୍ତି।