ଭୁବନେଶ୍ୱର; ଆସୁଛି ଏକା ସହିତ ୨ଟି ଲଘୁଚାପ । ମେ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଏବଂ ଆରବସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ମେ ୨୧ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘର୍ଣ୍ଣିବଳୟ ସମ୍ଭାବନା ରହିଥିବା ବେଳେ ୨୨ ବେଳକୁ ଏହା ଲଘୁଚାପର ରୂପ ନେଇପାରେ । ଖାଲି ସେତିକି ନୁହେଁ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତରକୁ ଗତି କରିପାରେ । ମେ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।ରାଜ୍ୟରେ ଏବେ ପ୍ରଚଣ୍ଡ ଖରାକୁ ଗୁଳିଗୁଳି ପ୍ରବଳ ହେଉଥିବାରୁ କଲବଲ ହେଉଛନ୍ତି ଓଡିଶାବାସୀ । ସେପଟେ ଆଗାମୀ ୪ଦିନ ପାଇଁ କାଳବୈଶାଖୀ ହେବା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୩ ମେ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗିରହିଥିବା ନେଇ ସୂଚନା ରହିଛି । ଅନ୍ୟପକ୍ଷରେ ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତିରେ ଗରମ ଗୁଳୁଗୁଳିକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।