ନାମାଙ୍କନ ଭରିଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା

0

କଣ୍ଟାବାଞ୍ଜି: ନାମାଙ୍କନ ଭରିଲେ କଂଗ୍ରେସ  ବିଧାୟକ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ପାଇଁ ଆଜି କଂଗ୍ରେସ ବିଧାୟକ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ନିଜର ସମର୍ଥକଙ୍କ ସହ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ତୁରେକେଲା, ମୁରିବାହାଲ ଓ ତୁରେକେଲା ବ୍ଲକର ବିଭିନ୍ନ ଗ୍ରାମରୁ ଆସିଥିବା ସମର୍ଥକ, ଦଳୀୟ କାର୍ଯ୍ୟକର୍ତ୍ତା, ଶୁଭେଚ୍ଛୁ ଓ ମା’ ଭଉଣୀଙ୍କର ଗହଣରେ ଟିଟିଲାଗଡ଼ ପୋଲିସ ଷ୍ଟେସନରୁ ଏକ ବିରାଟ ଶୋଭାଯାତ୍ରାରେ ଟିଟିଲାଗଡ଼ ସହରର ବିଭିନ୍ନ ଛକ ପରିକ୍ରମା କରି ଉପଜିଲ୍ଲାପାଳଙ୍କ ଅଫିସକୁ ପହଞ୍ଚି ଥିଲେ। ନିଜର ପ୍ରସ୍ତାବକଙ୍କ ସହିତ ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ପହଂଚି ନିର୍ବାଚନ ଅଧିକାରୀ ପବିତ୍ର ବେହେରାଙ୍କ ନିକଟରେ ନାମାଙ୍କନ  ଦାଖଲ କରିଥିଲେ।