ମାଟିରେ ମିଶିଲା ବିବାଦୀୟ ବୈକୁଣ୍ଠ ଧାମ ଆଶ୍ରମ

0

ଭୁବନେଶ୍ବର: ଭାଙ୍ଗିଲା ବୈକୁଣ୍ଠ ଧାମ ଆଶ୍ରମ । ବିଡିଏ ପକ୍ଷରୁ ଆଶ୍ରମ ଉପରେ ଚାଲିଲା ବୁଲଡୋଜର । ଗତକାଲି ଆଶ୍ରମ ଭାଙ୍ଗିବାକୁ ଡାକବାଜି ଯନ୍ତ୍ରରେ ପ୍ରଚାର କରିଥିଲା ବିଡିଏ। ଆଜି ୧୨ ଟା ସୁଦ୍ଧା ଆଶ୍ରମ ଖାଲି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବିବାଦ ପରେ ସରକାରୀ ଜମିରେ ଥିବା ଆଶ୍ରମ ଭାଙ୍ଗିବା ପାଇଁ ନିର୍ଦ୍ଦେଶ ଦେଇଥିଲା ସାଧାରଣ ପ୍ରଶାସନ ବିଭାଗ । ନଭେମ୍ବର ୨୦ ରେ ଭାଙ୍ଗିବା ପାଇଁ ହୋଇଥିଲା ନିଷ୍ପତ୍ତି । ତେବେ ଆଶ୍ରମ କର୍ତ୍ତୃପକ୍ଷ କୋର୍ଟରୁ ରହିତାଦେଶ ଆଣିବାରୁ ସ୍ଥଗିତ ରହିଥିଲା ଆଶ୍ରମ ଉଚ୍ଛେଦ କାମ । ଏହାପରେ ଆଜି ଆଶ୍ରମ ଭାଙ୍ଗିବା ପାଇଁ ନିଷ୍ପତ୍ତି ହୋଇଥିଲା ।`