ଭୁବନେଶ୍ୱର: କ୍ରୁଟ୍ ପକ୍ଷରୁ ଆସିଲା ବଡ ବିଜ୍ଞପ୍ତି । ଏଥର ରାଜଧାନୀରେ ଭାରି ମୋଟରଯାନ ଚଲାଇବେ ମହିଳା ଓ କିନ୍ନର । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି । ମହିଳା ଓ କିନ୍ନରଙ୍କୁ ଭାରି ଯାନ ଚଲାଇବା ନେଇ ତାଲିମ ଦେବ କ୍ରୁଟ୍ । ଏଥିପାଇଁ ଇଚ୍ଛୁକ ବ୍ୟକ୍ତି ଆବେଦନ କରିପାରିବେ । ଭାରିଯାନ ଡ୍ରାଇଭିଂ ଟ୍ରେନିଂ ପାଇଁ ୧ ଏପ୍ରିଲ ୨୦୨୧ ପୂର୍ବରୁ ବର୍ଷେ ବୈଧତା ଏଲଏମଭି ଲାଇସେନ୍ସ ଥିବା ଆବଶ୍ୟକ । ଏଥି ସହ ଶିକ୍ଷାଗତ ଯୋଗ୍ୟତା ଦଶମ ପାସ୍ କିମ୍ବା ତାଠାରୁ ଅଧିକ ହେବ ଆବଶ୍ୟକ ଏବଂ ବୟସ ୨୦ରୁ ୪୦ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ ।