ଭୁବନେଶ୍ବର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଆଜି ପାଇଁ ୧୦ରୁ ଅଧିକ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି କରାଯାଇଛି ।ଅଧିକାଂଶ ସ୍ଥାନରେ ୭୦ ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ସହରାଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ଉପୁଜିପାରେ । ଆସନ୍ତାକାଲି ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ୨୦ ତାରିଖରେ ୨୨ଟି ଜିଲ୍ଲା ଏବଂ ୨୧ ତାରିଖରେ ୧୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।