ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି

0

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ପ୍ରେସ୍ ରିଲିଜ୍ ଜରିଆରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଆଧାରରେ ଏସ୍‌ଆର୍‌ସିଙ୍କ ତରଫରୁ ଏହି ସୂଚନା ଦିଆଯାଇଛି। ତେବେ ମୃତକଙ୍କ ନାଁ କୁହାଯାଇନାହିଁ।

ଏହି ପ୍ରେସ୍ ରିଲିଜ୍‌ରେ କୁହାଯାଇଛି ଯେ ଏହି ଘଟଣାରେ ଆହତ ହୋଇ ଆହୁରି ୨୧ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି। ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବା ପାଇଁ ପୁରୀ ଜିଲ୍ଲାପାଳ ପଦକ୍ଷେପ ନେଇଛନ୍ତି।