ଖୁବ ଶୀଘ୍ର ଦକ୍ଷିଣ ଓଡ଼ିଶା ଛୁଇଁବ ଲଘୁଚାପ
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣିବଳୟ ଲଘୁଚାପରେ ପରିଣତ ହେବ ।
(ଭୁବନେଶ୍ଵର) : ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣିବଳୟ ଲଘୁଚାପରେ ପରିଣତ ହେବ । ଉତ୍ତର ପଶ୍ଚିମ ଦିଗରେ ଗତି କରି ୪/୫ ଦିନରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ । ଫଳରେ ରାଜ୍ୟରେ ୧୪ରୁ ବର୍ଷା ବଢ଼ିବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି । ସେହିପରି ଦକ୍ଷିଣ-ପଶ୍ଚିମ ମୌସୁମୀ ଗୁଜରାଟ ଓ ଛତିଶଗଡ଼ର କିଛି ଅଞ୍ଚଳ, ମଧ୍ୟପ୍ରଦେଶ, ବିହାର ଓ ଝାଡ଼ଖଣ୍ଡର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛି ।
ସୂଚନାନୁଯାୟୀ , ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ମହାରାଷ୍ଟ୍ର, ଓଡ଼ିଶା ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ବିଶ୍ୱାସ ସୂଚନା ଦେଇଛନ୍ତି ।