ଜମ୍ମୁ ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

0

ଜମ୍ମୁ  ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଜମ୍ମୁ ଯାଇ ଗ୍ରାଉଣ୍ଡ ଜିରୋରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ।ରଜୌରୀ ଓ ବାରମୁଲ୍ଲାରେ ସେନା ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ଲାଗିରହିଥିବା ବେଳେ ପ୍ରତିରକ୍ଷା ମନ୍ତ୍ରୀଙ୍କ ରାଜନାଥ ସିଂ ଙ୍କ ସହ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଜମ୍ମୁ ଗସ୍ତ କରିବେ । ସୂଚନା ମୁତାବକ ଏବେବି ରଜୌରୀର କଣ୍ଡ ଆତଙ୍କବାଦୀ ଲୁଚି ରହିଛନ୍ତି । ଏବେବି ସେନା ଆତଙ୍କବାଦୀ ମଧ୍ୟରେ ଗୁଳି ବିନମୟ ଜାରିରହିଛି । ଭାରତୀୟ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗତକାଲି ଏହି ସ୍ଥାନରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୫ଜଣ ଯବାନ ସହିଦ ହୋଇଥିଲେ ।ହେଲିକପ୍ଟର ଜରିଆରେ ସ୍ଥାନୀୟ ଅଞ୍ଚଳ ଉପରେ ନଜର ରଖିଛନ୍ତି ସୁରକ୍ଷାକର୍ମୀ । ଜଙ୍ଗଲ ଇଲାକାରେ ସର୍ଚ୍ଚ ଅପେରସନ ଚାଲୁଥିବା ସମୟରେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ ଆତଙ୍କବାଦୀ । ଏହାର ପାଲଟା ଜବାବରେ ସେନା ପକ୍ଷରୁ ମଧ୍ୟ ଗୁଳିମାଡ ହୋଇଥିଲା । ସେପଟେ ବାରମୁଲ୍ଲାରେ ମଧ୍ୟ ସେନା ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ସନ୍ଦିଗ୍ଧ ଗତିବିଧି ନେଇ ସୂଚନା ମିଳିବା ପରେ ସର୍ଚ୍ଚ ଅପରେସନ କରିଥିଲେ ସୁରକ୍ଷାକର୍ମୀ । ଏତିକି ବେଳେ ସେଠାରେ ଲୁଚି ରହିଥିବା ଆତଙ୍କାବାଦୀ ଗୁଳି ଚାଳନା କରିଥିଲେ । ଏହାର ପାଲଟା ଆକ୍ରମଣରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି ।