ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ

0

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ । ଆଜି ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ କେଜ୍ରିୱାଲଙ୍କୁ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ଇଡି ଗିରଫଦାରୀ ବିରୁଦ୍ଧରେ ସର୍ବୋଚ୍ଚ ଅଦାଲତରେ ଦ୍ୱାରସ୍ଥ ହୋଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ। ଏହି ମାମଲା ଉପରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ। ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଏକକ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରିଛନ୍ତି। ଏଥିସହ ଇଡି ଗିରଫଦାରୀକୁ ବିରୋଧ କରି କେଜ୍ରିୱାଲ କରିଥିବା ଆବେଦନକୁ ବୃହତ୍ତ ଖଣ୍ଡପୀଠକୁ ପଠାଇଛନ୍ତି ଜଷ୍ଟିସ ସଞ୍ଜୀବ ଖାନ୍ନା।
ସୂଚନା ଅନୁଯାୟୀ , ଏହି ମାମଲାରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ଜାମିନ ଦେଇଥିଲା। କିନ୍ତୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏହାକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ। ଦିଲ୍ଲୀ ହାଇକୋର୍ଟ ଏହି ମାମଲା ଉପରେ ବିଚାର କରି କେଜ୍ରିୱାଲଙ୍କ ଜାମିନକୁ ସ୍ଥଗିତ ରଖିଥିଲେ।