ଭୁବନେଶ୍ୱର: ଆଜି ସକାଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆ ଲୋଭାବତୀ ପରିଡାଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ସେ ଅସୁସ୍ଥ ହୋଇ କଟକର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ସେଠାରେ ଆଜି ସକାଳେ ତାଙ୍କର ପରଲୋକ ହୋଇଯାଇଛି । ଲୋଭାବତୀ ପୁରୀ ଜିଲ୍ଲା ନୂଆହାଟ ନିଭରଣରେ ରହୁଥିଲେ । ଲହା ହେଉଛି ପ୍ରଭାବତୀଙ୍କ ପୈତୃକ ଗ୍ରାମ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ହେଉଛନ୍ତି ଲୋଭାବତୀଙ୍କ ତୃତୀୟ ସନ୍ତାନ । ଏହି ଖବର ଜଣାପଡିବା ପରେ ନିଜ ପୈତୃକ ଗ୍ରାମରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।