ପୁରୀ: ଜଗା ଦର୍ଶନ ହେଲା ଶେଷ ଦର୍ଶନ। କାକଟପୁର ଅଞ୍ଚଳର ଲକ୍ଷ୍ମୀ ନାରାୟଣ ଖୁଣ୍ଟିଆ ନିଜ ପରିବାର ଲୋକଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ। ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସମୟରେ ସେ ଟଳି ପଡିଥିଲେ। ପରିବାରଲୋକେ ତାଙ୍କୁ ଅଚେତ ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ନିମନ୍ତେ ସଙ୍ଗେସଙ୍ଗେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।