ରାଜଧାନୀ ଏକ୍ସପ୍ରେସରେ ଓଡିଶାର ଐତିହ୍ୟ, ସଂସ୍କୃତି ଓ ପରମ୍ପରା

0

(ସରୋଜ କୁମାର ରାଉତ)ରିପୋର୍ଟସଟୁଡେ: ରାଜଧାନୀ ଏକ୍ସପ୍ରେସରେ ଉତ୍କଳର ସଂସ୍କୃତି ଓ କଳାର ଫ୍ଲାଗ ଅଫ କରି ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର-ନୂଆ ଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶାର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନାଲକୋ ଦ୍ୱାରା ବ୍ରାଣ୍ଡିଙ୍ଗର ଉଦ୍ଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅସଂରକ୍ଷିତ ଟ୍ରେନ ଟିକେଟରେ ଇଂରାଜୀ ଓ ହିନ୍ଦୀ ସହିତ ଓଡ଼ିଆ ଭାଷା ପ୍ରଚଳନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ରେଳଷ୍ଟେସନ ଠାରେ ଭୁବନେଶ୍ୱର-ନୂଆ ଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ନାଲକୋ ଦ୍ୱାରା ପ୍ରାୟୋଜିତ ଓଡ଼ିଶାର ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରଦର୍ଶନକୁ ଉଦ୍ଘାଟନ କରାଇବା ସହିତ ଅସଂରକ୍ଷିତ ଟ୍ରେନ ଟିକେଟରେ ଇଂରାଜୀ ଓ ହିନ୍ଦୀ ସହିତ ଓଡ଼ିଆ ଭାଷା ପ୍ରଚଳନର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ରେଳ ଷ୍ଟେସନ ଠାରେ , ଲୋକସଭା ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ରାଜ୍ୟସଭା ସାଂସଦ ଡ଼. ରଘୁନାଥ ମହାପାତ୍ର ଉପସ୍ଥିତ ରହିଥିଲେ।