ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା , ୯ ଜୀବନ୍ତ ଦଗ୍ଧ 

ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ।

0

(ମୁମ୍ବାଇ) : ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ମହାରାଷ୍ଟ୍ରର ଚନ୍ଦ୍ରପୁର-ମୂଲପୁର ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫଳରେ ୯ ଜଣ ଲୋକ ନିଆଁରେ ପୋଡି ହୋଇ ମୃତ୍ୟୁବରଣ କରିଛନ୍ତି । ଗୁରୁବାର ରାତି ପ୍ରାୟ ୧୦.୩୦ ମିନିଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଡିଜେଲ ଟ୍ୟାଙ୍କର ଏବଂ କାଠ ବୋଝେଇ ଟ୍ରକ ମଧ୍ୟରେ ଧକ୍କା ହେବା ଫଳରେ ୯ଜଣଙ୍କ ଦୁଃଖଦ ମୃତ୍ୟୁ ଘଟିଛି । ଦୁର୍ଘଟଣା ଘଟିବା ପରେ ଡିଜେଲ ଟ୍ୟାଙ୍କରରେ ନିଆଁ ଲାଗିଯାଇଥିଲା । ଖବର ପାଇଁ ଅଗ୍ନିଶମ ବାହିନୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ଦୀର୍ଘ ସମୟର ପ୍ରଚେଷ୍ଟା ପରେ ନିଆଁକୁ ଆୟତ କରିବାରେ ସକ୍ଷମ ହୋଇଥିଲେ ଅଗ୍ନିଶମ ବାହିନୀ ।

ସୂଚନାନୁଯାୟୀ , ଘଟଣାସ୍ଥଳରେ ହିଁ ୯ ଜଣ ଜୀବନ୍ତ ଜଳିଯାଇଥିଲେ । ମୃତଦେହଗୁଡିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।