ପୁରୀ ଜିଲ୍ଲା ର ଏଗାର ବ୍ଲକ ପାଇଁ ବ୍ରହ୍ମଗିରିରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ

0

ବ୍ରହ୍ମଗିରି: ପୁରୀ ଜିଲ୍ଲାରେ ଆରମ୍ଭ ହେଲା ବିଏସକେୱାଇ କାର୍ଡ ବଣ୍ଟନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମଗିରିରୁ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ଆରମ୍ଭ କରିଛନ୍ତି । ବ୍ରହ୍ମଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି । ବିଏସକେୱାଇ ଦ୍ୱାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ପରିବାର ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୦୦୬ କୋଟି ୮୨ ଲକ୍ଷ ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସେଥିପାଇ ପୁରୀବାସୀଙ୍କୁ ଧନ୍ୟବାଦ ଦେବା ସହିତ ଜିଲ୍ଲାବାସୀଙ୍କ ସ୍ନେହ ଓ ଆଦରକୁ ପାଥେୟ କରି ବିକାଶ କାର୍ୟ୍ୟକ୍ରମକୁ ଆହୁରି ଆଗକୁ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

CM Naveen Announces To Increase Beds In Puri District Hospital

ପୁରୀ ଜିଲ୍ଲାର ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ଫ୍ଲାଗ୍ସିପ କାର୍ୟ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମହାପ୍ରଭୁଙ୍କ ପବିତ୍ରଧାମ ପୁରୀର ବିକାଶ ହେଉଛି ଆମର ପବିତ୍ର ଦାୟିତ୍ବ । Drink from Tap କାର୍ୟ୍ୟକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏବେ ପୁରୀର ଜନସାଧାରଣ ଟ୍ୟାପ୍ରୁ ସିଧାସଳଖ ଫିଲଟର ମାନର ପାଣି ପାଇପାରୁଛନ୍ତି। ଏଭଳି ସୁବିଧା ପାଇବାରେ ପୁରୀ ହେଉଛି ସାରା ଦେଶରେ ପ୍ରଥମ ଏବଂ ପୁରୀବାସୀ ଲଣ୍ଡନ, ନିଉୟର୍କ ଭଳି ସହରର ଲୋକଙ୍କ ଭଳି ସୁବିଧା ପାଉଛନ୍ତି ବୋଲି ସେ କହିଥିଲେ ।

CM Naveen Announces To Increase Beds In Puri District Hospital

ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

CM Naveen Announces To Increase Beds In Puri District Hospital

କାର୍ୟ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ, ସାସଦ ଶ୍ରୀ ପିନାକୀ ମିଶ୍ର ତାଙ୍କ ଭାଷଣରେ ଭାରତ ସରକାରଙ୍କ ଆୟୁଷ୍ମାନ ଯୋଜନା ଠାରୁ ରାଜ୍ୟ ସରକାର ଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ଗ୍ଦଜ୍ଞବକ୍ସଗ୍ଧ ଷରବକ୍ଷଗ୍ଧଷ ମବକ୍ସୟ ରୁ କିପରି ଅଧିକ ସୁବିଧା ମିଳୁଛି ତା ଉପରେ ଆଲୋକପାତ କରିଥିଲେ ।ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ ଦାସବର୍ମା, ସ୍ବାଗତ ଭାଷଣ ଦେଇଥିଲେ । ଓ ବିଧାୟକ ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବ୍ରହ୍ମଗିରି ସମସ୍ୟା ଉପରେ ଆଲୋକପାତ କରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ ଶ୍ରୀ ତୁଷାର କାନ୍ତି ବେହେରା ।ଜଗତସିଂହପୁର ସାସଦ ଡ଼ାକ୍ତର ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ